Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା !

Rashmita Mishra
Browse all articles by Rashmita Mishra
·10 months ago·2 min read
ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା !

Key Points

୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଉତ୍ତର ଓଡିଶା ଓ ତତସଲଗ୍ନ ଗ୍ୟାଂଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଭଳି ସ୍ଥତିରେ ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ପାଣିପାଗ ବିଭାଗର ପକ୍ଷରୁ ସତର୍କ ସୂଚନା ଜାରି କରିଛି।

ଅନ୍ୟପକ୍ଷେ ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ପ୍ରଭାବରେ ପୁଣି ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ ଶୁକ୍ରବାର ପୁରୀ, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଆଦି ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ରହିଛି। ଶନିବାରଠାରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିପାରେ। ୫ ଜିଲାରେ ଅତିରୁ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ୯ ଜିଲାକୁ ଏବଂ ବଜ୍ରପାତ ପାଇଁ ୧୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।


ଅଧିକ ପଢନ୍ତୁ ପାଣିପାଗ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy to Very Heavy Rainfall Likely in Odisha Till 26th August | Argus News | Argus News