Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ , ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·10 months ago·1 min read
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ , ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

Key Points

ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷାର ଚେତାବନୀ ରହିଛି । ବିଶେଷ କରି ଉତ୍ତର ଓ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି ।

ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ । ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷାର ଚେତାବନୀ ରହିଛି । ବିଶେଷ କରି ଉତ୍ତର ଓ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି । ଆସନ୍ତା ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ, ପ୍ରବଳ ଵର୍ଷାକୁ ନେଇ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।


ଆଜି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୨୦ ଜିଲ୍ଲାରେ ହାଲୁକରୁ ମାଧ୍ୟମ ଧରଣର ବର୍ଷାକୁ ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ୧୯ ତାରିଖ ଅର୍ଥାତ ୫ ଦିନ ଯାଏ ବର୍ଷାର ଚେତାବନୀ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rains expected for another 24 hours | Argus News