Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Cyclone Montha Impact / ୫ ଘଣ୍ଟାଧରି ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

Rashmita Mishra
Browse all articles by Rashmita Mishra
·8 months ago·2 min read
୫ ଘଣ୍ଟାଧରି ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

Key Points

‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ।
୫ ଘଣ୍ଟାଧରି ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ।
ଆଇଏମଡ଼ି ପକ୍ଷରୁ ବଡ଼ ସୂଚନା। ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । 

‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ । ୫ ଘଣ୍ଟାଧରି ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଆଇଏମଡ଼ି ପକ୍ଷରୁ ବଡ଼ ସୂଚନା। ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । ୫ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍‌ ପକ୍ରିୟା । ବଡ଼ ବାତ୍ୟା ହୋଇଥିବାରୁ ବାତ୍ୟାର ଆଖି ନାହିଁ । ଘଣ୍ଟାପ୍ରତି ୧୫ କିମି ବେଗରେ ସ୍ଥଳଭାଗ ଅତିକ୍ରମ କରୁଛି । ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ସ୍ଥଳଭାଗ ଅତିକ୍ରମ କରୁଛି ।

ସେପଟେ ବାତ୍ୟା 'ମୋନ୍ଥା'ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, "ମୋନ୍ଥାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛନ୍ତି । ସରକାର ଜିରୋ କାଜୁଆଲିଟି ଦିଗରେ କାର୍ଯ୍ୟ କରୁଛନ୍ତି ।"

୨ ହଜାର ୪୮ଟି ବାତ୍ୟା ଆଶ୍ରୟ ସ୍ଥଳୀକୁ ପ୍ରସ୍ତୁତ ରଖାଯାଇଛି । ଏବେ ସୁଦ୍ଧା ୮ଟି ଜିଲ୍ଲାରେ ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି । ଆବଶ୍ୟକ ସ୍ଥଳେ ଆଉ ୩୦ ହଜାର ୫୫୪ ଜଣଙ୍କୁ ଆଶ୍ରୟ ସ୍ଥଳୀକୁ ନେବା ପାଇଁ ଚିହ୍ନଟ କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏବେ ସୁଦ୍ଧା ୧ ହଜାର ୮୭୧ ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଛି । ଆଉ ୮୨୨ ଜଣଙ୍କୁ ସ୍ଥାନାନ୍ତର କରାଯିବ । ମୋଟ ୨ ହଜାର ୬୯୩ ଜଣ ଗର୍ଭବତୀ ସ୍ଥାନାନ୍ତରିତ ହେବେ । ବିଦ୍ୟୁତ୍ ଓ ପାଣି ବନ୍ଦୋବସ୍ତ ପାଇଁ ୩୯ଟି ଓଡ୍ରାଫ, ୧୨୩ଟି ଅଗ୍ନିଶମ, ୫ଟି NDRF ଟିମ୍‌ଙ୍କୁ ମୁତୟନ କରାଯାଇଛି ।

ପର୍ଯ୍ୟଟକଙ୍କୁ ଗୋପାଳପୁର, ମହେନ୍ଦ୍ରଗିରି, ଦେଓମାଳି ଆଦି ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି । ପ୍ରଭାବିତ ଜିଲ୍ଲାରେ ୩୦ ପର୍ଯ୍ୟନ୍ତ ସ୍କୁଲ୍ ବନ୍ଦ ରହିଥିବା ବେଳେ ସ୍ଥିତି ଦେଖି ଆବଶ୍ୟକ ସ୍ଥଳେ ଛୁଟି ବୃଦ୍ଧି ହେବ । ଅଙ୍ଗନବାଡ଼ି ଛୁଆଙ୍କୁ ଘରେ ଖାଦ୍ୟ ପହଞ୍ଚାଯାଉଛି ।

ମଙ୍ଗଳବାର ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ପୁରୀ ଓ ବରଗଡ଼ ଜିଲ୍ଲାକୁ ରହିଛି ଅରେଞ୍ଜ ୱାର୍ଣ୍ଣିଂ । ଆସନ୍ତାକାଲି ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ାକୁ ରେଡ୍ ଆଲର୍ଟ ରହିଛି । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ସମ୍ବଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ।

ବାତ୍ୟା 'ମୋନ୍ଥା' ପାଇଁ ସମୁଦ୍ର ଅଶାନ୍ତ ରହିଛି । ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଓଡ଼ିଶାର ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ଅନ୍ୟ ସବୁ ବନ୍ଦରରେ ଦୁଇ ନମ୍ବର ବିପଦ ସଙ୍କେତ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Cyclone Montha Impact | Landfall Process to Continue for 5 Hours | Cyclone Update | Argus News | Argus News