Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Weather Update / ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

Rashmita Mishra
Browse all articles by Rashmita Mishra
·9 months ago·2 min read
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

Key Points

ଘୂର୍ଣ୍ଣବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
୨ରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ
୩ରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା
ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଗୋଟିଏ ଲଘୁଚାପ ଦୁର୍ବଳ ହେବା ପରେ ପରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହାର ପ୍ରଭାବରେ ଭିଜିବ ଦଶହରା।


୨ ତାରିଖରେ ଅବପାତରେ ପରିଣତ ହୋଇପାରେ ଏବଂ ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଉପକୂଳ ଛୁଇଁ ପାରେ। ୩ ତାରିଖରେ ଏହା ଉପକୂଳ ଛୁଇଁବାକୁ ଥିବାରୁ ସେତେବେଳକୁ ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ଅନୁଭୂତ ହୋଇପାରେ।


ପ୍ରବଳ ବର୍ଷା ସହିତ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ରାଜ୍ୟର ୨୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ଏହି ସମୟରେ ସାରା ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।


ଆହୁରି ପଢ଼ନ୍ତୁ:ଆସୁଛି ଆଉଏକ ଲଘୁଚାପ, ରାଜ୍ୟରେ ୧ ରୁ ପ୍ରବଳ ବର୍ଷା


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏହାପରେ ୩ ତାରିଖକୁ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ତେଣୁ ପୁଣି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।


ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦଶହରା ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବ ।


ଅହୁରି ପଢ଼ନ୍ତୁ: ଆଉ ଏକ ଲଘୁଚାପ , ୪ ତାରିଖ ଯାଏଁ ପ୍ରବଳ ବର୍ଷା


କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।


ଅଧିକ ପଢ଼ନ୍ତୁ ପାଣିପାଗ ସମ୍ପର୍କିତ ଖବର ...

Sponsored
Weather Update | Low-Pressure Area Forms Over Bay of Bengal | Weather Update - Argus News | Argus News