Heavy Rain / ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, କାଲିଠୁ ପ୍ରବଳ ଛେଚିବ ବର୍ଷା !
·6 months ago·2 min read

Key Points
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
କାଲିଠୁ ଘଡ଼ିଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
କାଲିଠୁ ଘଡ଼ିଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଗତ କିଛିଦିନ ହେବ ରାଜ୍ୟରେ ପାଗ ଭଲ ଥିବାବେଳେ ଆସନ୍ତା କାଲିଠୁ ବର୍ଷା ହେବା ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସୃଷ୍ଟ ଲଘୁଚାପ ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । କାଲିଠୁ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । କାଲି ଘଡ଼ଘଡ଼ି ସହ ବର୍ଷା ନେଇ 16 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ବଜ୍ରପାତ ସହ 30ରୁ 40 କିମି ବେଗରେ ବହିବ ପବନ ।
ଏନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।ଏପଟେ ରାଜ୍ୟରେ କମୁଛି ଶୀତର ପ୍ରକୋପ । ଧୀରେ ଧୀରେ ବଢୁଛି ତାପମାତ୍ରା । ରାଜ୍ୟରେ ଆଗାମୀ ୪୮ ଘଣ୍ଟାରେ ରାତ୍ରି ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିଅସ ବୃଦ୍ଧି ପାଇବା ନେଇ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ । ଫେବୃଆରୀ 23 ରୁ 24 ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଯାଜପୁର ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଏଥିସହ ପଢ଼ନ୍ତୁ: ଟ୍ରମ୍ପ ଝଟକା: ୧୦ରୁ ୧୫%କୁ ବଢ଼ିଲା ଟାରିଫ୍, ଭାରତ ଉପରେ ବଡ଼ ପ୍ରଭାବ
ଦକ୍ଷିଣ–ପଶ୍ଚିମ ବଙ୍ଗୋପସାଗର ଓ ସୀମାବର୍ତ୍ତୀ ଭାରତ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଫେବୃଆରୀ 23 (ସୋମବାର) ଠାରୁ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଏହା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ 30–40 କି.ମି ବେଗର ଝଟକା ପବନ ବହିବା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଶୀତର ପ୍ରକୋପ ଧୀରେ ଧୀରେ କମୁଥିବା ବେଳେ, ଲୋକଙ୍କୁ ଏବେ ପୁଣି ଡରାଇବାକୁ ଯାଉଛି ଲଘୁଚାପ ବର୍ଷା । ବିଷୁବୀୟ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅଧିକ ପଢ଼ନ୍ତୁ ପାଣିପାଗ ଖବର:
Related Topics
Explore more stories