Videos
|
Weather-calamities

ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Rashmita Mishra
Browse all articles by Rashmita Mishra
·1 year ago·2 min read
ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Key Points

ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

୪୮ ଘଣ୍ଟାରେ ଉତ୍ତର ଓଡ଼ିଶା-ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା

ରାଜ୍ୟରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୪୮ ଘଣ୍ଟାରେ ଉତ୍ତର ଓଡ଼ିଶା ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା । ପ୍ରଭାବରେ ରାଜ୍ୟରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ଭୀଷଣ ବର୍ଷା ଲାଗି କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଦିଆଯାଇଛି । ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଓ ରାଜ୍ୟର ବାକି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ଜାରି ହୋଇଛି । ଲଘୁଚାପ ବର୍ଷା ଯୋଗୁଁ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।


ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି।


ଶୁକ୍ରବାର (୨୫ ତାରିଖ) ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ଭୀଷଣ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଶନିବାର (୨୬ ତାରିଖ) ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୭ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରି ବର୍ଷା ଆଶଙ୍କା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।


ବୁଧବାର ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଛି । ଦାରିଙ୍ଗିବାଡ଼ିରେ ୬୨ମିମି, ଛତ୍ରପୁରରେ ୪୨.୬, ଖୋର୍ଦ୍ଧାରେ ୨୧, ପାରଳାଖେମୁଣ୍ଡିରେ ୨୦.୪, ରାୟଗଡ଼ାରେ ୧୭.୪, ପୁରୀରେ ୧୧.୮, କଟକ ଓ ଗୋପାଳପୁରରେ ୫.୨, ଟିଟିଲାଗଡ଼ରେ ୫, ମାଲକାନଗିରିରେ ୩.୨ମିମି ବର୍ଷା ରେକର୍ଡ ହୋଇଛି ।

low-pressure-area-formed-in-bay-of-bengal | Argus News