Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

ସୃଷ୍ଟି ହେଲା ଲଘୁଚାପ: ୧୫ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା !

Rashmita Mishra
Browse all articles by Rashmita Mishra
·11 months ago·1 min read
ସୃଷ୍ଟି ହେଲା ଲଘୁଚାପ: ୧୫ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା !

Key Points

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

୧୫ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି


କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ୧୫ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ୧୫ ତାରିଖରେ ଦକ୍ଷିଣ ଓଡ଼ିଶାର ବହୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।

ମଙ୍ଗଳବାର ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନର ତାପମାତ୍ରା ୩୬ ଡିଗ୍ରୀ ପାଖାପାଖି ରହିଥିଲା । ଅଧିକ ଆର୍ଦ୍ରତା ଯୋଗୁଁ ଭୀଷଣ ଗୁଳୁଗୁଳି ହେଉଥିଲା । ଝାରସୁଗୁଡ଼ାରେ ୩୬.୫, ସମ୍ବଲପୁରରେ ୩୬.୨, ତାଳଚେରରେ ୩୫.୬, ସୋନପୁର ଓ ରାଉରକେଲାରେ ୩୫, ଟିଟିଲାଗଡ଼ରେ ତାତି ୩୪.୫ ଡିଗ୍ରୀ ରହିଥିଲା । ଅନୁଗୁଳରେ ୧୨ ମି.ମି. ଓ ପାରଳାଖେମୁଣ୍ଡିରେ ୮.୨ ମି.ମି. ବର୍ଷା ରେକର୍ଡ ହୋଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low Pressure Forms: Heavy to Very Heavy Rain Likely Till 15th | ArgusNews | Argus News