Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Weather Update / ଅକ୍ଟୋବର ପହିଲାରେ ଆଉ ଏକ ଲଘୁଚାପ

Rashmita Mishra
Browse all articles by Rashmita Mishra
·9 months ago·2 min read
ଅକ୍ଟୋବର ପହିଲାରେ ଆଉ ଏକ ଲଘୁଚାପ

Key Points

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧ରେ ଆଉ ଏକ ଲୋ-ପ୍ରେସର୍ ସୃଷ୍ଟି ହେବା ସମ୍ଭାବନା

ପ୍ରଭାବରେ ଆସନ୍ତା ୬ ଦିନ ଯାଏ ବର୍ଷା

ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବର ୧ ସୁଦ୍ଧା ଉତ୍ତର ଓ ଏହାର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦଶହରା ଭିଜିବା ସମ୍ଭାବନା ରହିଛି । ଅକ୍ଟୋବର ୧ରୁ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା । ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ୨ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀରେ ଅଧିକ ବର୍ଷା ହୋଇପାରେ । ୩ରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ବରଗଡ଼ରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।


ଅଧିକ ପଢନ୍ତୁ: ଅବପାତ ବର୍ଷାରେ ଭିଜୁଛି ଓଡ଼ିଶା; ଆଜି ବି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପୂର୍ବାନୁମାନ


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବରିଷ୍ଠ କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରି କହିଛନ୍ତି, ୩୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହେବ । ୨ ତାରିଖ ସୁଦ୍ଧା ଏହା ଅବପାତ ରୂପ ନେବ। ପରେ ଏହା ଦକ୍ଷିଣ ଓଡ଼ିଶା ଉପକୂଳକୁ ମୁହାଁଇବ। କିନ୍ତୁ ଏହା ଉପକୂଳରୁ ଦୂରରେ ରହିବ । ୩ ତାରିଖରେ ଏହା ଦକ୍ଷିଣ ଓଡ଼ିଶା ଉପକୂଳ ବା ସଂଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ସ୍ପର୍ଶ କରିପାରେ ।

୩୦ ତାରିଖରେ ପାଗ ଶୁଖିଲା ରହିବ। ଅକ୍ଟୋବର ୧ ତାରିଖ ବା ନବମୀରେ ଉତ୍ତର ଉପକୂଳରେ ବିକ୍ଷିପ୍ତ ବର୍ଷା ହୋଇପାରେ। ପୁରୀ, ଗଞ୍ଜାମ, ନୟାଗଡ଼ ଓ ଗଜପତିରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ଅକ୍ଟୋବର ୨ ତାରିଖ ବା ଦଶମୀରେ ମଧ୍ୟାହ୍ନ ଯାଏ ପୁରୀ ଓ ଗଞ୍ଜାମ ଜିଲ୍ଲା ସମେତ ସମୁଦ୍ର ସଂଲଗ୍ନ ଅଞ୍ଚଳରେ ବିକ୍ଷିପ୍ତ ବର୍ଷା ହୋଇପାରେ। ଦଶହରା ଦିନ ମଧ୍ୟାହ୍ନ ପରେ ବର୍ଷା ବଢ଼ିବ। ୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।


ଅଧିକ ପଢ଼ନ୍ତୁ ପାଣିପାଗ ସମ୍ପର୍କିତ ଖବର ...

Sponsored
Weather Update | Another Low Pressure to Form on October 1 | Argus News | Argus News