Videos
|
Weather-calamities

Schools Closed / ରାଜ୍ୟରେ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

Banajyotshna Ray
Browse all articles by Banajyotshna Ray
·59 mins ago·2 min read
ରାଜ୍ୟରେ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ
Schools Closed

Key Points

ପ୍ରବଳ ବର୍ଷା ଆଶଙ୍କାରେ ରାଜ୍ୟର ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଆଜି ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ
ରାଜ୍ୟରେ ପୁଣି ବର୍ଷା ଆଶଙ୍କା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ଗତକାଲି ସନ୍ଧ୍ୟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଏହି ଗଭୀର ଅବପାତ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ରାତିରୁ ୨୪ ତାରିଖ ଭୋର ମଧ୍ୟରେ ଏହା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ବିଶେଷ କରି ଏହା ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଓ ଓଡ଼ିଶାର ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବୋଲି ଆକଳନ କରାଯାଇଛି। ସମ୍ଭାବ୍ୟ ବର୍ଷା ଏବଂ ପବନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

.ବର୍ଷା ପାଇଁ ସ୍କୁଲ ଛୁଟି:

ପ୍ରବଳ ବର୍ଷା ଆଶଙ୍କାରେ ରାଜ୍ୟର ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । ଆଜି ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ।''

.ବର୍ଷା ସ୍ଥିତି କେମିତି:


ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଅଧିକ ସକ୍ରିୟ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟାପ୍ରତି ୭ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ରାତି ସୁଦ୍ଧା ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ହେବାର ଆଶଙ୍କା ରହିଛି।''

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏଥିସହ ପଢ଼ନ୍ତୁ: ସୃଷ୍ଟି ହେଲା ଗଭୀର ଅବପାତ, କାଲି ରାତି ସୁଦ୍ଧା କରିବ ଉପକୂଳ ଅତିକ୍ରମ

.ଗଞ୍ଜାମରେ ବର୍ଷା ସ୍ଥିତି:

ଗଭୀର ଅବପାତର ପ୍ରତିଫଳନ ଗଞ୍ଜାମ ଜିଲ୍ଲାରେ ଦେଖିବାକୁ ମିଳିଛି। ତିନି ଘଣ୍ଟାରୁ ଅଧିକ ସମୟ ପ୍ରବଳ ବର୍ଷା ହୋଇଛି। ଫଳରେ ବ୍ରହ୍ମପୁର ସହର ରାସ୍ତା ଉପରେ ଜଳମଗ୍ନ ହୋଇପଡିଛି। ଆମ୍ବପୁଆ, ଗାନ୍ଧୀ ନଗର, ଫାଷ୍ଟଗେଟ ର କିଛି ସାହି ରେ ଥିବା ଘରେ ପାଣି ପଶିଥିଲା। ବ୍ରହ୍ମପୁର ଶାନ୍ତି ନଗରରେ ପାଣି ପଶିଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ସକାଳୁ ମଧ୍ୟ ଆଜି ବର୍ଷା ଆରମ୍ଭ ହୋଇଯାଇଛି। ସହର ଭିତରେ ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ମହାନଗର ଟିମ ସହରର କିଛି ସ୍ଥାନରେ ଜଳ ନିଷ୍କାସନ କରିବାରେ ଲାଗି ପଡିଛନ୍ତି।''

ଅଧିକ ପଢ଼ନ୍ତୁ ପାଣିପାଗ ଖବର:

Related Topics

Explore more stories