Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Schools Closed / ଆଗାମୀ ୬ ଦିନ ଯାଏ ତାତିରୁ ନାହିଁ ତ୍ରାହି; ୨୩ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଛୁଟି

Sushanta Sahoo
Browse all articles by Sushanta Sahoo
·2 months ago·2 min read
ଆଗାମୀ ୬ ଦିନ ଯାଏ ତାତିରୁ ନାହିଁ ତ୍ରାହି; ୨୩ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଛୁଟି
Severe heat forces closure of schools

Key Points

ପ୍ରବଳ ଗ୍ରୀଷ୍ମ ପ୍ରବାହ ଭିତରେ ପ୍ରଶାସନ ନେଇଛି ବଡ଼ ନିଷ୍ପତ୍ତି । ୩ ଦିନ ପାଇଁ ସମସ୍ତ ସ୍କୁଲ୍‌କୁ ଛୁଟି ଘୋଷଣା କରାଯାଇଛି ।
ବ୍ରହ୍ମପୁର: ଡହ ଡହ ଖରାରେ ଦେହ ପୋଡ଼ି ଯାଉଛି । ସକାଳ ୯ଟା ହେଲେ ଘରୁ ବାହାରି ହେଉନି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଭିତରେ ପ୍ରଶାସନ ନେଇଛି ବଡ଼ ନିଷ୍ପତ୍ତି । ୩ ଦିନ ପାଇଁ ସମସ୍ତ ସ୍କୁଲ୍‌କୁ ଛୁଟି ଘୋଷଣା କରାଯାଇଛି ।

ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ୍‌କୁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ୍‌ଗୁଡ଼ିକ ଆସନ୍ତା ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବନ୍ଦ ରହିବ ।

ଏଥିସହ ପଢ଼ନ୍ତୁ: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଏହି ଜିଲ୍ଲାରେ ବଦଳିଲା ସ୍କୁଲ ଖୋଲା ସମୟ, ୬ଟା ୩୦ରୁ...

ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ ହେବ । ତେବେ, ପୂର୍ବରୁ ନିର୍ଦ୍ଧାରିତ ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ସପ୍ଲିମେଣ୍ଟାରୀ ପରୀକ୍ଷା ନିୟମିତ ଭାବେ ଅନୁଷ୍ଠିତ ହେବ ।

ଏହି ସମୟରେ ବିଦ୍ୟାଳୟର ପ୍ରଶାସନିକ କାର୍ଯ୍ୟ ଏବଂ ଅନ୍ୟାନ୍ୟ ଜରୁରୀ କାମ ଚାଲୁ ରହିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଦ୍ୟାଳୟରେ ପର୍ଯ୍ୟାପ୍ତ ପିଇବା ପାଣି ସହ ଓଆରଏଏସ୍ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଉ ୬ ଦିନ ପ୍ରବଳ ଖରା

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଉପକୂଳ ଜିଲ୍ଲାଗୁଡ଼ିକରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ । ସୁନ୍ଦରଗଡ଼, ବଲାଙ୍ଗିର ଓ ସମ୍ବଲପୁରରେ ରାତିରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେବ । ଆଗାମୀ ୬ରୁ ୭ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

ଆସନ୍ତା ୨୪ ଘଣ୍ଟା ପାଇଁ ଓଡ଼ିଶାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବଜ୍ରପାତ ଏବଂ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଯାହାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି ।

ଏଥିସହ ପଢ଼ନ୍ତୁ: ଖରା ପାଇଁ ବଦଳିଲା ସ୍କୁଲ୍ ଖୋଲିବା ସମୟ; ଏସବୁ ଜିଲ୍ଲାରେ ୨୩ ପର୍ଯ୍ୟନ୍ତ ଛୁଟି

ଏଥିସହ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ଏବଂ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Odisha Heatwave: Schools Closed Till April 23 in Ganjam | Argus News | Argus News