Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ୧୦ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

Weather-calamities

Odisha Rain Alert / ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ୧୦ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·2 min read
ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ୧୦ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି
Rain Alert

Key Points

ରାଜ୍ୟରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା
ମୌସୁମୀର ସକ୍ରିୟତା ଓ ଲଘୁଚାପ ପ୍ରଭାବରେ ବର୍ଷା ଜାରି
ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ
ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ତ୍ତମାନ ଏକ ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ସମୁଦ୍ର ପତନରୁ ପ୍ରାୟ ୧.୫ ରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ରହିଛି । ଯାହାର ପ୍ରଭାବରେ ଜୁଲାଇ ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ମୌସୁମୀର ସକ୍ରିୟତା ଓ ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜିଠୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୨ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ଅଧିକ ପଢ଼ନ୍ତୁ: ବଙ୍ଗୋପସାଗରରେ ନୂଆ ସାଇକ୍ଲୋନିକ ସିଷ୍ଟମ୍ ସକ୍ରିୟ; ଉପକୂଳରୁ ଆଭ୍ୟନ୍ତରୀଣ ପ୍ରବଳ ବର୍ଷିବ


ଏହା ସହ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି । ସେପଟେ ଓଡ଼ିଶା ଉପକୂଳରେ ୪୦ରୁ ୫୦ କିଲୋମିଟର ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୩ ଓ ୪ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି ।

ସେପଟେ ଗ୍ଲୋବାଲ୍ ପାଣିପାଗ ସ୍ଥିତିକୁ ଦେଖିଲେ, ଜୁନ ୧୦ ତାରିଖରେ ଏକ ଦୁର୍ବଳ ଏଲ୍‌ନିନୋ ସ୍ଥିତି ସୃଷ୍ଟି ହୋଇଥିବା ଘୋଷଣା କରାଯାଇଥିଲା । ବର୍ତ୍ତମାନ ଏହାର ତୀବ୍ରତା ଧୀରେ ଧୀରେ ବଢୁଛି । ଜୁଲାଇ ଏବଂ ଅଗଷ୍ଟରେ ଏହା 'ମଧ୍ୟମ' (Moderate) ସ୍ଥିତିରେ ରହିବ ଏବଂ ସେପ୍ଟେମ୍ବର ବେଳକୁ ଏହା ଏକ 'ଶକ୍ତିଶାଳୀ' (Strong) ଏଲ୍‌ନିନୋରେ ପରିଣତ ହେବ, ଯାହା ପାଣିପାଗ ଉପରେକୁ ପ୍ରଭାବ ପକାଇପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored