Videos
|
Weather-calamities

Heavy Rainfall / ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା: ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ...

Banajyotshna Ray
Browse all articles by Banajyotshna Ray
·1 hour ago·2 min read
ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା: ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ...
Heavy Rainfall

Key Points

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା
ବଙ୍ଗୋପସାଗର ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା
ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା
କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି ଓ ବଲାଙ୍ଗୀର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଏବଂ ବଜ୍ରପାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୫୦ କିମି ବେଗରେ ଝଟକା ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଓଡ଼ିଶା ଉପକୂଳରେ ୪୦ରୁ ୫୦ କିମି (ସର୍ବାଧିକ ୬୦ କିମି) ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆଜି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି। ୧୨ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ କମିବା ସହ ପାଗ ସ୍ୱାଭାବିକ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।''

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ କଳାହାଣ୍ଡି ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆସନ୍ତାକାଲି ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ।

ଏଥିସହ ପଢ଼ନ୍ତୁ: ବଦଳିଯିବ ଋତୁଚକ୍ର; ମୌସୁମୀର ଶୀଘ୍ର ବିଦାୟ ସହ ଆଗୁଆ ଆସିବ ଗ୍ରୀଷ୍ମ !

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ଅର୍ଥାତ୍ ୧୧ ତାରିଖ ଦିନ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି ବନ୍ଦ ରହିବ । ପାଣିପାଗ ବିଭାଗର ପ୍ରବଳ ବର୍ଷାର ପୂର୍ବାନୁମାନ ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ, ଏବଂ ଅନୁଦାନପ୍ରାପ୍ତ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛୁଟି ରହିବ। ଏହା ସହିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV), କେନ୍ଦ୍ରୀୟ ବିଦ୍ୟାଳୟ (KV), ଏକଲବ୍ୟ ସ୍କୁଲ (EMRS) ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଘୋଷଣା କରାଯାଇଥିଲେ ମଧ୍ୟ ଶିକ୍ଷକ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ କୌଣସି ଛୁଟି ନାହିଁ । ସ୍କୁଲର ଶିକ୍ଷକ ଏବଂ ଷ୍ଟାଫ୍‌ମାନେ ନିୟମିତ ଭାବେ ଡ୍ୟୁଟିକୁ ଆସିବେ ଏବଂ ବାକି ଥିବା ଅଫିସ୍ କାର୍ଯ୍ୟ ସମ୍ପନ୍ନ କରିବେ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।''

ଅଧିକ ପଢ଼ନ୍ତୁ ପାଣିପାଗ ଖବର:

Related Topics

Explore more stories