Heavy Rainfall / ବଙ୍ଗୋପସାଗରରେ ଲଘୁଚାପ: ୩୦ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା…୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
·2 weeks ago·2 min read

Key Points
ଆସନ୍ତା ୨୪ ଘଣ୍ଟାରେ ଲଘୁଚାପଟି ଉତ୍ତର ପଶ୍ଚିମ ଆଡକୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡିଶା ଦେଇ ଅତିକ୍ରମ କରିବ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ ପଶ୍ଚିମବଙ୍ଗ ଓ ତାର ପାଖାପାଖି ଉତ୍ତର ଓଡିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ ୭.୬ ମିମି ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପଟି ଉତ୍ତର ପଶ୍ଚିମ ଆଡକୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡିଶା ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଆସନ୍ତା ୩୦ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ସହ ୨୪ ଘଣ୍ଟାରେ ଅତି ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।
ଏହାସହ ପଢ଼ନ୍ତୁ: ଆସୁଛି ଆଉ ଏକ ଲଘୁଚାପ; ଉତ୍ତର ଓଡ଼ିଶାକୁ ପୁଣି ବର୍ଷା ସତର୍କତା
ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବର୍ଷା ହେବା ସହ ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡା ଓ ସମ୍ବଲପୁରରେ ଅତି ପ୍ରବଳ ଵର୍ଷାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅବଶିଷ୍ଟ ୨୪ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ବର୍ଷା ଏବଂ ୩୦ ରୁ ୪୦ କିମି ଝଟକା ପବନର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ଆସନ୍ତାକାଲି ବର୍ଷାର ପରିମାଣ ଟିକିଏ କମିବା ସହ ଉପକୂଳ ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର ,ମୟୁରଭଞ୍ଜ, କେନ୍ଦ୍ରାପଡା, ଜଗତସିଂପପୁର, ପୁରୀ, କଟକ, ଯାଜପୁର ଭଦ୍ରକ, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ ରୁ ୪୦ କିମି ଝଟକା ପବନର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ଏହାସହ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ସହ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏପଟେ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ୪ଟି ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ୪୭ଟି ସ୍ଥାନରେ ପ୍ରବଳ ଵର୍ଷା ରେକର୍ଡ କରାଯାଇଛି। କେନ୍ଦୁଝରର ଯୋଡ଼ାଠାରେ ୧୬୯.୪ ମିମି ସର୍ବାଧିକ ବର୍ଷା ରେକର୍ଡ ହୋଇଛି। କେନ୍ଦୁଝର ର ଯୋଡ଼ା ରେ ଠାରେ ୧୬୯.୪ ମିମି ସର୍ବାଧିକ ବର୍ଷା ରେକର୍ଡ ହୋଇଛି।
ସେପଟେ ଜୁନ ୧ରୁ ଏଯାବତ ୧୦୮୦.୬ ମିମି ବର୍ଷା ହୋଇଥିବା ବେଳେ ଏହା ସ୍ୱାଭାବିକ ବର୍ଷାଠାରୁ ୨୯ ପ୍ରତିଶତ ଅଧିକ ବର୍ଷା ରାଜ୍ୟରେ ହୋଇଛି। କେବଳ ଗଞ୍ଜାମରେ ନିଅଣ୍ଟିଆ ବର୍ଷା ହୋଇଛି।

Related Topics
Explore more stories