Odisha Rain Alert / ସାରା ଓଡ଼ିଶାକୁ ବର୍ଷା ଆଲର୍ଟ; ୪୮ ଘଣ୍ଟାରେ ସାରା ରାଜ୍ୟରେ ପ୍ରବଳ ବର୍ଷା

Key Points
ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର… ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା… ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ । ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ ।
ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି । ଆଜି ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୭ ତାରିଖ ଯାଏଁ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବାକୁ ଯାଉଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ରାଜ୍ୟରେ ଭୀଷଣ ବର୍ଷା ସହ ଆଗାମୀ ୪ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ ।
ନଦୀଗୁଡ଼ିକର ଉପରମୁଣ୍ଡରେ ଜଳସ୍ତର ବୃଦ୍ଧି ସହ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି । ୨୭ ତାରିଖ ଯାଏଁ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଏବଂ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି ହୋଇଥିବାବେଳେ ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ବାଲେଶ୍ୱର, ନୟାଗଡ଼ ଓ ବୌଦ୍ଧକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ର ପାନପୋଷଠାରେ ସର୍ବାଧିକ ୯୮.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ଲାଗି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ସମେତ ୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଅନ୍ୟ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
📱 Get Argus News App
✨Related Topics
Explore more stories