Videos
|
Weather-calamities

Odisha School Holiday / ଓଡ଼ିଶାରେ ବର୍ଷା ଆଲର୍ଟ, ଆସନ୍ତାକାଲି ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·2 min read
ଓଡ଼ିଶାରେ ବର୍ଷା ଆଲର୍ଟ, ଆସନ୍ତାକାଲି ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି
Odisha School Holiday

Key Points


ଅଭିଭାବକଙ୍କ ପାଇଁ ବଡ଼ ଖବର
ବାତ୍ୟା ଆକ୍ବାନ୍ ପରେ ତାଣ୍ଡବ କରିବ ବର୍ଷା
ଗଞ୍ଜାମ, ଭଦ୍ରକ ଓ ମୟୂରଭଞ୍ଜରେ ସ୍କୁଲ ବନ୍ଦ


ବାତ୍ୟା ଆକ୍ବାନ୍ ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିବା ପରେ ଏହା ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାତ୍ୟା ପରେ ପ୍ରତିକୂଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର କିଛି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆଦି ବନ୍ଦ ରହିବ ।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାର ପ୍ରାଥମିକଠାରୁ ଉଚ୍ଚ ମାଧ୍ୟମିକ ସ୍ତର ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ବନ୍ଦ ରହିବ । ଏହି ନିର୍ଦ୍ଦେଶ ସମସ୍ତ ପରିଚାଳନାଧୀନ ବିଦ୍ୟାଳୟ ପାଇଁ ଲାଗୁ ହେବ । ତେବେ ସ୍କୁଲ ବନ୍ଦ ରହିଲେ ମଧ୍ୟ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କୁ ନିଜ ନିଜ ବିଦ୍ୟାଳୟରେ ଉପସ୍ଥିତ ରହି ନିର୍ଦ୍ଧାରିତ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ଆସନ୍ତାକାଲି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ।

ସୂଚନା ଅନୁସାରେ, ବାତ୍ୟା ଆକ୍ବାନ୍ ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିବା ସହ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି।ପ୍ରାୟ ୪ ଘଣ୍ଟା ଧରି ଚାଲିଥିଲା ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା । ସ୍ଥଳଭାଗ ଅତିକ୍ରମ ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ରହିଥିବା ବେଳେ ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିଥିଲା । ଏବେ ଏହା ଲଘୁଚାପରେ ପରିଣତ ହୋଇଛି । ଏଥିଲାଗି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଓ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ଗଜପତି, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: