Videos
|
Weather-calamities

Odisha Rain Update / ଆଜିଠୁ କମିବ ବର୍ଷା, ୨ରୁ ପୁଣି ପ୍ରବଳ ବର୍ଷିବ

Rashmita Mishra
Browse all articles by Rashmita Mishra
·2 weeks ago·2 min read
ଆଜିଠୁ କମିବ ବର୍ଷା, ୨ରୁ ପୁଣି ପ୍ରବଳ ବର୍ଷିବ
Weather Update

Key Points

ଆଜିଠୁ କମିବ ବର୍ଷା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ବର୍ଷା କମିବ, ତଥାପି ବିଜୁଳି-ଘଡ଼ଘଡ଼ି ସହ ବହିବ ଝଟକା ପବନ
୧୮ ଜିଲ୍ଲା ସାବଧାନ! ୪୦ କିମି ବେଗରେ ବହିପାରେ ପବନ
ଆଜିଠୁ କମିବ ବର୍ଷାର ପରିମାଣ... ତଥାପି ରାଜ୍ୟର ଅନେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ପବନ ବହିବାର ସମ୍ଭାବନା ରହିଛି । ସେଥିପାଇଁ ସତର୍କତା ଜାରି କରିଛି ବିଭାଗ । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଝାରସୁଗୁଡା ଏହି ୧୮ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ ।

ସେହିପରି ଅଗଷ୍ଟ ୨ରୁ ପୁଣି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୪ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ଏପଟେ ୭୦୦ମିମି ଅତିକ୍ରମ କରିଛି ମୌସୁମୀ ବର୍ଷା । ଜୁନ ମାସରେ ନିଅଣ୍ଟିଆ ସ୍ୱତେ ଜୁଲାଇ ମାସରେ ଭଲ ବର୍ଷା ପ୍ରଭାବରେ ୭୦୦ ମିମି ଅତିକ୍ରମ କରିଛି ମୌସୁମୀ ବର୍ଷା ।

ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ମଧ୍ୟ ଜଳସ୍ତର ବଢୁଛି । ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ସଜାଗ ରହିଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ୪ ଜିଲ୍ଲାରେ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର, ଯାଜପୁର ଆଦି ୪ ଜିଲ୍ଲାରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ । ଏସବୁ ଜିଲ୍ଲାରେ ସମସ୍ତ ସରକାରୀ, ବେସରକାରୀ ବିଦ୍ୟାଳୟ ସହ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ । ଏନେଇ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Odisha Rain to Ease Today, Heavy Showers Again From August 2 | Argus News