Low Pressure / ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ କାଚିବ
·2 weeks ago·2 min read

Key Points
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ...
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ।
ଆସନ୍ତା ୨୪ଘଣ୍ଟାରେ ଉତ୍ତର ଦିଗରେ ଗତିକରିବ ସହ ଆହୁରି ହେବ ଘନୀଭୂତ ।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହା ଫଳରେ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ, ବିଶେଷ କରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ମୌସୁମୀ ଟ୍ରଫ୍ ସକ୍ରିୟ ରହିଥିବା ବେଳେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଯାହା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏବେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ୧୭ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଏହି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ପୁରୀ, ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦରଗଡ଼ ସମେତ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା, ବିଜୁଳି, ଘଡ଼ଘଡ଼ି ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଲଘୁଚାପ ପ୍ରଭାବରେ ୧୭ ତାରିଖରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ରେ ସର୍ବାଧିକ ୧୩୫.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରାଯାଇଛି ।
Related Topics
Explore more stories