Videos
|
Weather-calamities

Heavy Rainfall Alert / ଓଡ଼ିଶା ଉପରେ ଟ୍ରଫ୍‌ ଲାଇନ୍‌ ସକ୍ରିୟ; ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·2 min read
ଓଡ଼ିଶା ଉପରେ ଟ୍ରଫ୍‌ ଲାଇନ୍‌ ସକ୍ରିୟ; ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ
Heavy Rainfall Alert

Key Points

ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି
୧୯ ସନ୍ଧ୍ୟା ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
୨୩-୨୪ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବ
ଭୁବନେଶ୍ଵର: ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଏବଂ ଲଘୁଚାପକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ଭାରତୀୟ ପାଣିପାଗ ବିଭାଗ (IMD) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଥାଇଲ୍ୟାଣ୍ଡ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଛୁଇଁବା ସହ ୧୯ ତାରିଖ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୩ରୁ ୪ ଦିନ ମଧ୍ୟ‌ରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୩/୨୪ ତାରିଖ ବେଳକୁ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମୁହାଁ ହୋଇ ଗତି କରିବା ସହ ରାଜ୍ୟରେ ପ୍ରବଳ ବର୍ଷା କରାଇପାରେ ବୋଲି ସେ ସୂଚନା ଦେଇଛନ୍ତି ।

  • ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା
ଏପଟେ ଓଡ଼ିଶା ଉପର ଦେଇ ଟ୍ରଫ୍‌ ଲାଇନ୍‌ ଯାଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ଝଟକା ପବନ ବହିପାରେ । ଯାହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି ହୋଇଛି ।

  • ହେବ କି ବାତ୍ୟା ?
ସେପ୍ଟେମ୍ବର ୨୦ ତାରିଖରୁ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ଅଛି । ୧୮ରୁ ୧୯ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଚାଇନା ସାଗରରୁ ଅବଶିଷ୍ଟାଂଶ ଭାବେ ପ୍ରବେଶ କରିବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ସେପ୍ଟେମ୍ବର ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ କିମ୍ବା ବାତ୍ୟାର ରୂପ ନେଇ ପାରେ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ । ଆସନ୍ତା ୨୦ ବେଳକୁ ଚିତ୍ର ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି ।

ପଢନ୍ତୁ ଏହି ଖବର: ଅକ୍ଟୋବର ନୁହେଁ, ସେପ୍ଟେମ୍ବରରେ ଆସିପାରେ ବାତ୍ୟା, ଭୟ ବଢ଼ାଇଲା ପାଣିପାଗ ବିଜ୍ଞାନୀଙ୍କ ଆକଳନ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏଠାରେ କହିରଖୁଛୁ କି, ସେପ୍ଟେମ୍ବର ଶେଷରୁ ଅକ୍ଟୋବର ମଧ୍ୟରେ ଆସିପାରେ ପ୍ରଳୟଙ୍କରୀ ବାତ୍ୟା । ସମ୍ଭାବ୍ୟ ୩ ବାତ୍ୟା ନେଇ ପଞ୍ଜିକାରେ ରହିଛି ସୂଚନା । ଜ୍ୟୋତିର୍ବିଦଙ୍କ ମତ ମୀନ ଚଳନ ଯୋଗୁଁ ବଢୁଛି ବିପଦ । ସେପଟେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ମଧ୍ୟ ସମ୍ଭାବ୍ୟ ୩ ବାତ୍ୟା ନେଇ ଆକଳନ କରିଛି । ଏହା ୪୪ ବର୍ଷର ରେକର୍ଡ ଭାଙ୍ଗିପାରେ ବୋଲି କୁହାଯାଉଛି । ତେବେ ବାତ୍ୟା କେବେ ହେବ, କେଉଁଆଡ଼େ ଗତି କରିବେ ସେନେଇ ଏବେ ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ । ପାଣିପାଗ ବିଭାଗ ସ୍ଥିତି ଉପରେ ନଜର ରଖିଛି ।