Videos
|
Weather-calamities

Odisha Weather Update / ଆସନ୍ତା ୨୩ ତାରିଖରୁ ବଢିବ ବର୍ଷା; ବାତ୍ୟା ନେଇ ବଡ଼ ଅପଡେଟ୍ ଜାଣନ୍ତୁ...

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·2 min read
ଆସନ୍ତା ୨୩ ତାରିଖରୁ ବଢିବ ବର୍ଷା; ବାତ୍ୟା ନେଇ ବଡ଼ ଅପଡେଟ୍ ଜାଣନ୍ତୁ...
Odisha Weather Update

Key Points

ବଳ ଗୋଟାଉଛି ଲଘୁଚାପ
ରାଜ୍ୟରେ ଆସୁଛି ବଡ଼ ବର୍ଷା
ଭୁବନେଶ୍ଵର: ପାଣିପାଗ ବିଭାଗ ଆକଳନ ଅନୁସାରେ ବର୍ତ୍ତମାନ ଲଘୁଚାପ କ୍ଷେତ୍ରଟି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଆଣ୍ଡାମାନ ସାଗର ଉପରେ ରହିଛି । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ୨୧ରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ଏବଂ ୨୨ ତାରିଖ ବେଳକୁ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟା ନେଇ ଏବେ ବି ଜାରି ରହିଛି ସସପେନ୍ସ । ସ୍ପଷ୍ଟ ହୋଇନି ରୂପରେଖ ।

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି ଜାରି ରଖି ୨୩ ତାରିଖ ସକାଳ ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟ ପଶ୍ଚିମ-କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ । ଏହା ସମ୍ପୂର୍ଣ୍ଣ ବାତ୍ୟାର ରୂପ ନେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ କରିନାହିଁ, କିନ୍ତୁ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇଛି ।

  • ୨୨ରୁ ୨୬ ସେପ୍ଟେମ୍ବର ପ୍ରବଳ ବର୍ଷା ଆଶଙ୍କା
ଆସନ୍ତା ୨୨ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା ଓ ନୟାଗଡ଼ରେ ପ୍ରବଳ ବର୍ଷା ପାଇଁ ହଳଦିଆ ଚେତାବନୀ ରହିଛି ।

  • ୨୩ ତାରିଖରୁ ବଢିବ ବର୍ଷା
କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀର କେତେକ ସ୍ଥାନରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ୍ ଚେତାବନୀ ଜାରି ହୋଇଥିବା ବେଳେ ଜଗତସିଂହପୁର, କଟକ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଖୋର୍ଦ୍ଧାରେ ଅରେଞ୍ଜ ଚେତାବନୀ ଜାରି ହୋଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗୀରରେ ହଳଦିଆ ଚେତାବନୀ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପଢନ୍ତୁ ଏହି ଖବର: ମାଡ଼ି ଆସୁଛି ମହା ବିପଦ! ଆସିପାରେ ଅତ୍ୟନ୍ତ ଆକ୍ରାମକ ‘ଏଲ୍ ନିନୋ’

୨୪ ସେପ୍ଟେମ୍ବରରେ କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାର କେତେକ ସ୍ଥାନରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କାରେ ରେଡ୍ ଚେତାବନୀ ଜାରି ହୋଇଛି । ୨୫ ସେପ୍ଟେମ୍ବରରେ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ବାଲେଶ୍ୱର, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷା ପାଇଁ ହଳଦିଆ ଚେତାବନୀ ରହିଛି । ଏହାସହ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ନ ଯିବାକୁ ପରାମର୍ଶ ।