Videos
|
Weather-calamities

Odisha Rainfall Forecast / ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ, ୧୩ ତାରିଖରେ ଲଘୁଚାପ ସମ୍ଭାବନା !

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·2 min read
ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ, ୧୩ ତାରିଖରେ ଲଘୁଚାପ ସମ୍ଭାବନା !
Low Pressure

Key Points

ପାଣିପାଗରେ ବଡ଼ ପରିବର୍ତ୍ତନ
ଓଡ଼ିଶାରେ ବର୍ଷା ନେଇ ଆସିଲା ନୂଆ ଅପଡେଟ୍
୧୩ ତାରିଖରେ ଲଘୁଚାପ ସମ୍ଭାବନା

ଓଡ଼ିଶାରେ ପୁଣି ବର୍ଷାର ସମ୍ଭାବନା । ଥାଇଲାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଆଗାମୀ ଦିନରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ପାଣିପାଗ ସୂଚନା ଅନୁଯାୟୀ, ବର୍ତ୍ତମାନ ଥାଇଲାଣ୍ଡ ଉପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଆସନ୍ତା ୧୧ ତାରିଖ ବେଳକୁ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅକ୍ଟୋବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଅନ୍ୟପକ୍ଷରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ରହିଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମ୍ଭାବ୍ୟ ପାଣିପାଗ ପରିସ୍ଥିତିକୁ ନେଇ ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।

ତେବେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଆଗାମୀ ୭ ଦିନ ମଧ୍ୟରେ ଦିନ ଓ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ଆଶଙ୍କା ନାହିଁ ବୋଲି ପାଣିପାଗ ଆକଳନରୁ ଜଣାପଡ଼ିଛି ।

ସେପଟେ, ଗତ ୨୪ ଘଣ୍ଟାର ତାପମାତ୍ରା ରେକର୍ଡ ଅନୁଯାୟୀ, ତାଳଚେରରେ ସର୍ବାଧିକ ୩୫.୬ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଭୁବନେଶ୍ୱରରେ ୩୪.୭ ଡିଗ୍ରୀ ଏବଂ କଟକରେ ୩୩.୬ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି । ଘୂର୍ଣ୍ଣିବଳୟର ଗତିବିଧି ଏବଂ ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଉପରେ ପାଣିପାଗ ବିଭାଗ ନଜର ରଖିଥିବା ବେଳେ ବର୍ଷା ଓ ବଜ୍ରପାତ ସମୟରେ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଛି ।
Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: