Videos
|
Weather-calamities

Rain Alert / ଉତ୍ତର ଓଡ଼ିଶାକୁ ପୁଣି ବର୍ଷା ବିପଦ; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Sushanta Sahoo
Browse all articles by Sushanta Sahoo
·57 mins ago·2 min read
ଉତ୍ତର ଓଡ଼ିଶାକୁ ପୁଣି ବର୍ଷା ବିପଦ; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
6 Districts Under Orange Warning, More Rain Ahead

Key Points

୫ ଦିନ ଯାଏ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବଙ୍ଗଳାଦେଶ ଉପକୂଳରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ । ଏହା ସମୁଦ୍ର ପତ୍ତନଠାରୁ ୭ କିଲୋମିଟର ଉଚ୍ଚତାରେ ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି । ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ଆଜିଠାରୁ ୫ ଦିନ ଯାଏ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିସହ ପଢ଼ନ୍ତୁ: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ; ରାଜ୍ୟରେ ୭ ଦିନ ଯାଏଁ ଲାଗିରହିବ ବର୍ଷା 

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏଥିସହ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ଝଟକା ପବନ ଆଶଙ୍କା ରହିଛି । ସେହିପରି ଆସନ୍ତାକାଲି ବର୍ଷାର ପରିମାଣ ବଢ଼ି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ୬ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି ।

ସେହିପରି ପୁରୀ, ଖୋର୍ଦ୍ଧା, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ସମ୍ବଲପୁର, ଦେବଗଡ, ବରଗଡ଼, ବଲାଙ୍ଗିର, ନବରଙ୍ଗପୁର, ନୂଆପଡ଼ା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ୧୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି ।

ଏଥିସହ ପଢ଼ନ୍ତୁ: ଭାରତର ଏହି ସହରରେ କାଦୁଅରେ ବୁଡ଼ିଗଲା ଶହ ଶହ କୋଟିର ହୀରା 

୫ ଦିନ ଯାଏ ଅର୍ଥାତ ସେପ୍ଟେମ୍ବର ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ଝଟ୍‌କା ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୩୧ ତାରିଖ ପର୍ଯ୍ୟନ୍ତ ବାରଣ କରାଯାଇଛି ।

ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ବାଲେଶ୍ୱରର ଖଇରାରେ ରେକର୍ଡ ହୋଇଛି । ସେପଟେ ଜୁନ୍ ୧ରୁ ଏଯାବତ ରାଜ୍ୟରେ ୧୧୧୧.୪ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ଠାରୁ ୨୬ ପ୍ରତିଶତ ଅଧିକ ବର୍ଷା ବୋଲି ଜଣାପଡ଼ିଛି ।