Videos
|
Weather-calamities

Rain Alert / ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Rashmita Mishra
Browse all articles by Rashmita Mishra
·48 mins ago·2 min read
ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Rain Alert

Key Points

୮ ଜିଲ୍ଲାରେ ବର୍ଷା ସମ୍ଭାବନା । 
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ୮ ଜିଲ୍ଲାରେ ବର୍ଷା ସମ୍ଭାବନା । 
ଆସନ୍ତା ୨୪ ଘଣ୍ଟା ପାଇଁ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । 

ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସମୁଦ୍ର ପତ୍ତନଠାରୁ ପ୍ରାୟ ୩.୧ରୁ ୪.୫ କିଲୋମିଟର ଉଚ୍ଚତାରେ ରହିଥିବା ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ଓଡ଼ିଶାର କେତେକ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସହ ଘଣ୍ଟାପ୍ରତି ପ୍ରାୟ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି ।

ତେବେ ଆସନ୍ତା ୨୪ ଘଣ୍ଟା ପରେ ପାଗରେ ପରିବର୍ତ୍ତନ ଆସିବାର ଆକଳନ କରାଯାଇଛି । ପରବର୍ତ୍ତୀ ୫ ଦିନ ମଧ୍ୟରେ ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ଏହି ସମୟ ପାଇଁ କୌଣସି ବଡ଼ ପାଣିପାଗ ଚେତାବନୀ ମଧ୍ୟ ଜାରି ହୋଇନାହିଁ ।

ଗଭୀର ଅବପାତରେ ପରିଣତ ହେଲା ଅବପାତ

ଅନ୍ୟପଟେ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ମିଆଁମାର ଉପକୂଳ ଅଞ୍ଚଳ ଉପରେ ଥିବା ଅବପାତଟି ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହୋଇଛି । ଏହା ଆଗାମୀ ୩ ଦିନ ମଧ୍ୟରେ ମିଆଁମାର ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଆଗକୁ ବଢ଼ିବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଏହି ପ୍ରଣାଳୀ ପରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିପାରେ । ଏହାର ଗତିପଥ ଓ ପରବର୍ତ୍ତୀ ପ୍ରଭାବ ଉପରେ ପାଣିପାଗ ବିଭାଗ ନଜର ରଖିଛି । ବର୍ତ୍ତମାନ ପାଇଁ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକରେ ବର୍ଷା ଓ ପବନ ସମୟରେ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: