Odisha School Holiday / ଓଡ଼ିଶାରେ ଅତି ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
·1 hour ago·2 min read

Key Points
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ସମ୍ବଲପୁରରେ ଆଜି ସମସ୍ତ ସ୍କୁଲ ଛୁଟି
ସବୁ ସରକାରୀ, ଘରୋଇ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ବନ୍ଦ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସିଧାସଳଖ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଆଡ଼କୁ ଗତି କରୁଛି । ଏହା ଆଜି ଦିଘାର ପୂର୍ବ ଏବଂ ହଳଦିଆର ପଶ୍ଚିମ ଭାଗ ଦେଇ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଛି। ଏହା ପ୍ରଭାବରେ ଓଡ଼ିଶାରେ ବିଶେଷ କରି ଉତ୍ତର ଉପକୂଳ ଜିଲ୍ଲା ଏବଂ ପଶ୍ଚିମବଙ୍ଗର ଅଧିକାଂଶ ସ୍ଥାନରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।
ଲଗାତର ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ସମେତ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିଛି । ଶିଶୁ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଭାବକ, ଶିକ୍ଷକ ଓ ସମସ୍ତ ସମ୍ପୃକ୍ତଙ୍କୁ ସତର୍କ ରହିବା ସହ ପାଣିପାଗ ସମ୍ପର୍କିତ ସରକାରୀ ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଇଛି ।
ଅଧିକ ପଢ଼ନ୍ତୁ: ବଙ୍ଗୋପସାଗରରେ ବଳ ଗୋଟାଇ ଆସୁଛି ଗଭୀର ଅବପାତ; ଆଗାମୀ ୪୮ ଘଣ୍ଟା ଭୀଷଣ ବର୍ଷା !
ମୟୂରଭଞ୍ଜରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । IMDର ପୂର୍ବାନୁମାନ ପରେ ଜିଲ୍ଲା ପ୍ରଶାସନର ସତର୍କତାମୂଳକ ପଦକ୍ଷେପ ନେଇ ଆଜି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ ଜାରି ହୋଇଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ୨୮ ଜୁଲାଇରେ ପାଠପଢ଼ା ବନ୍ଦ ରଖିବାକୁ ଘୋଷଣା କରାଯାଇଛି । ତେବେ ସମସ୍ତ ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ଅଧ୍ୟକ୍ଷ ଓ ଶିକ୍ଷକମାନଙ୍କୁ ପୂର୍ବବତ୍ ବିଦ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସେହିପରି ପ୍ରବଳ ବଷର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ବର ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories