Odisha School Closed / ପ୍ରବଳ ବର୍ଷା ପାଇଁ ଆଜି ସ୍କୁଲ ଛୁଟି, ଏହି ସବୁ ଜିଲ୍ଲାରେ ବନ୍ଦ ରହିବ ପାଠପଢ଼ା
·2 hours ago·1 min read

Key Points
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଛାତ୍ରଛାତ୍ରୀମାନଙ୍କର ସୁରକ୍ଷାକୁ ପ୍ରାଥମିକତା ଦେଇ ନିଷ୍ପତ୍ତି
ଆସନ୍ତାକାଲି ରାଜ୍ୟର 7 ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଜାରି କରାଯାଇଥିବା ଚେତାବନୀ ଅନୁଯାୟୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପାଇଁ 'ରେଡ୍ ୱାର୍ଣ୍ଣିଂ' ଜାରି କରାଯାଇଛି ।
ଅଧିକ ପଢ଼ନ୍ତୁ: ବାଲେଶ୍ଵର, ଭଦ୍ରକ ଓ ଯାଜପୁର ପାଇଁ ଗୁରୁତ୍ଵପୂର୍ଣ୍ଣ ଆଗାମୀ ୨୪ ଘଣ୍ଟା: ସୁରେଶ ପୂଜାରୀ
ସେପଟେ ଛାତ୍ରଛାତ୍ରୀମାନଙ୍କର ସୁରକ୍ଷାକୁ ପ୍ରାଥମିକତା ଦେଇ ସମ୍ବଲପୁର ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଆଜି ବନ୍ଦ ରହିବ ।
ସେହିପରି ଯାଜପୁର, ଭଦ୍ରକ, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଆଜି ସ୍କୁଲି ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷା ଓ ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ଏହି ନିଷ୍ପତ୍ତିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ମଧ୍ୟ ସାମିଲ ଅଛନ୍ତି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଏହି ଆଦେଶ ଜାରି କରିଛନ୍ତି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories