Videos
|
Weather-calamities

Rain Alert / ଘନିଭୂତ ହେଉଛି ଲଘୁଚାପ: ଓଡ଼ିଶାରେ ୪ ଦିନ ବର୍ଷା, ହେବ କି ବାତ୍ୟା ?

Banajyotshna Ray
Browse all articles by Banajyotshna Ray
·55 mins ago·2 min read
ଘନିଭୂତ ହେଉଛି ଲଘୁଚାପ: ଓଡ଼ିଶାରେ ୪ ଦିନ ବର୍ଷା, ହେବ କି ବାତ୍ୟା ?
Rain Alert

Key Points

ଘନିଭୂତ ହେଉଛି ଲଘୁଚାପ
ବାତ୍ୟା ଚିତ୍ର ଏବେ ବି ଅସ୍ପଷ୍ଟ
ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୪ ଦିନ ବର୍ଷା
ସମୁଦ୍ରରୁ ଫେରି ଆସିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ
ଆସିଲା ବଡ଼ ଖବର। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୪ ଦିନ ବର୍ଷା। ସମୁଦ୍ରରୁ ଫେରି ଆସିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ। ଗତକାଲିଠୁ ଆରମ୍ଭ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀର ଲେଉଟାଣି । ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା କ୍ରମଶଃ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ୨୧ରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ଏବଂ ୨୨ ତାରିଖ ବେଳକୁ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।''

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି ଜାରି ରଖି ୨୩ ତାରିଖ ସକାଳ ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟ ପଶ୍ଚିମ-କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ତେଣୁ ୨୨ ତାରିଖଠାରୁ ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମଝିରେ ମଝିରେ ପବନର ବେଗ ସର୍ବାଧିକ ୬୫ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ତେବେ ବାତ୍ୟା ସମ୍ପର୍କରେ ଆଇଏମ୍‌ଡି ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।''

ଏଥିସହ ପଢ଼ନ୍ତୁ: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୫ ତାରିଖ ଯାଏଁ ପ୍ରବଳ ବର୍ଷିବ

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆଣ୍ଡାମାନ ସାଗର ଏବଂ ତାର ସଂଲଗ୍ନ ଅଞ୍ଚଳରେ ଆଜି ସନ୍ଧ୍ୟା ୫ଟା ୩୦ ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୨ ତାରିଖରୁ ୨୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ । ଏଥିପାଇଁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇପାରେ ଆକସ୍ମିକ ବନ୍ୟା ସହ ଭୂସ୍ଖଳନ ।''

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସେପଟେ ପାଣିପାଗ ବିଜ୍ଞାନୀ ବିଶ୍ୱଜିତ ସାହୁ କହିଛନ୍ତି, ଲଘୁଚାପ ଶକ୍ତିଶାଳୀ ହୋଇ ଗଭୀର ଅବପାତ କିମ୍ବା ସାମାନ୍ୟ ତୀବ୍ରତା ବିଶିଷ୍ଟ ବାତ୍ୟା ରୂପ ନେବା ପାଇଁ ଅନୁକୂଳ ପାଣିପାଗ ରହିଛି । ଏଥିଯୋଗୁଁ ୨୨ ରୁ ୨୫ ଯାଏ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପରେ କେତେ ଏହାର ତୀବ୍ରତା ରହିବ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ପରେ ହିଁ ସ୍ପଷ୍ଟ ହୋଇପାରିବ ।''

ଅଧିକ ପଢ଼ନ୍ତୁ ପାଣିପାଗ ଖବର:

Related Topics

Explore more stories