Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ

Weather & Calamities

Odisha Rain Alert / ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ

Sushanta Sahoo
Browse all articles by Sushanta Sahoo
·1 hour ago·2 min read
ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ
Southwest Monsoon Set to Reach Odisha

Key Points

ଆଗାମୀ ୨ରୁ ୩ ଦିନ ମଧ୍ୟରେ ବଙ୍ଗୋପସାଗରର ବିଭିନ୍ନ ପାର୍ଶ୍ଵକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଆଗାମୀ ୫ ଦିନ ମଧ୍ୟରେ ସର୍ବୋଚ୍ଚ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ।
ଭୁବନେଶ୍ଵର: ଆଗକୁ ବଢ଼ୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୨ରୁ ୩ ଦିନ ମଧ୍ୟରେ ବଙ୍ଗୋପସାଗରର ବିଭିନ୍ନ ପାର୍ଶ୍ଵକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି । ଏବେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡ ଓ ଓଡ଼ିଶା ଉପରେ ଏକ ଉଚ୍ଚ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଆଗାମୀ ୫ ଦିନ ମଧ୍ୟରେ ସର୍ବୋଚ୍ଚ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଦିନର ସର୍ବୋଚ୍ଚ ତାପମାତ୍ରା ପାଖାପାଖି ୩୯ ଡିଗ୍ରୀ ସେଲସିୟସ୍ ରହିବ ।

ଏଥିସହ ପଢ଼ନ୍ତୁ: ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭବନା., ଜୁନ 5 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ! 

ଗରମରୁ ମିଳିବ ଆଶ୍ଵସ୍ତି

ପୂର୍ବାପେକ୍ଷା କମ୍ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଏହି ସମୟରେ କାଳବୈଶାଖୀ ସମସ୍ତଙ୍କ ଲାଗି ଆଶ୍ଵସ୍ତି ଆଣି ଦେବ । ମଙ୍ଗଳବାର କାଳବୈଶାଖୀ ନେଇ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ଝଡ଼ ପବନ ବହିପାରେ ।

ସେହିଭଳି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ଆଲର୍ଟ ରହିଛି । କାଳବେଶାଖୀ ବେଳେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ ।

ସେହିଭଳି ଗରମ ଓ ଗୁଳୁଗୁଳି ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ରହିଛି ୟେଲୋ ଆଲର୍ଟ । ଏଭଳି ପାଗ ୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏଥିସହ ପଢ଼ନ୍ତୁ: ରାଜସ୍ଥାନରେ ଏକ ଭୟଙ୍କର ବାଲିଝଡ଼... ଦିନ ରାତି ହୋଇଗଲା, ଦିନରେ ଲାଗିଲା ଗାଡ଼ିର ଲାଇଟ୍; ଦେଖନ୍ତୁ ଭିଡିଓ... 

ସେହିଭଳି ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ କାଳବୈଶାଖୀ ନେଇ ୟେଲୋ ଆଲର୍ଟ ରହିଛି ।

ସେହିଭଳି ବୁଧବାର ଗରମ ଓ ଗୁଳୁଗୁଳି ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Southwest Monsoon Likely to Enter Odisha Soon, Weather Conditions Favorable | Argus News | Argus News