ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ନେଲା ରୂପ

Key Points
ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଇଛି
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ
ପରବର୍ତ୍ତୀ ସମୟରେ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା
ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଇଛି । ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଏହା ପରବର୍ତ୍ତୀ ସମୟରେ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତାକାଲି ପାଇଁ ଭୀଷଣ ବର୍ଷା ଲାଗି କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଦିଆଯାଇଛି । ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଓ ରାଜ୍ୟର ବାକି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ଜାରି ହୋଇଛି । ଲଘୁଚାପ ବର୍ଷା ଯୋଗୁଁ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।