୧୮ ଓ ୧୯ ପ୍ରବଳରୁ ଅତିପ୍ରବଳ ବର୍ଷା

Key Points
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
24ଘଣ୍ଟାରେ ଅବପାତ ସମ୍ଭାବନା
୧୮ ଓ ୧୯ ପ୍ରବଳରୁ ଅତିପ୍ରବଳ ବର୍ଷା
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଆଗାମୀ 24 ଘଣ୍ଟାରେ ଅବପାତ ହେବା ନେଇ ସମ୍ଭାବନା ରହିଛି ।
ସୃଷ୍ଟି ହେଲା #ଲଘୁଚାପ କ୍ଷେତ୍ର
— usd (@usd0705) August 17, 2025
24ଘଣ୍ଟାରେ ଅବପାତ ସମ୍ଭାବନା
ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l pic.twitter.com/5s6LdbeRfM
📱 Get Argus News App
✨ଫଳରେ ପ୍ରଭାବରେ ୧୮ ଓ ୧୯ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।