Weather Update: ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷିବ

Key Points
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆସନ୍ତା ୪ ଦିନ ଯାଏଁ ଲାଗି ରହିବ ବର୍ଷା। ଆଜି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।
ଆଜି ଲଘୁଚାପ, ପ୍ରବଳ ବର୍ଷିବ । ମୌସୁମୀ ଟ୍ରପ ପ୍ରଭାବରେ ରାଜ୍ୟରେ ଆହୁରି ୪ ଦିନ ବର୍ଷା ସମ୍ଭାବନା I ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର I ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। କଟକ, ଭୁବନେଶ୍ବର ସମେତ ଅନ୍ୟ ସଂଲଗ୍ନ ଜିଲ୍ଲାମାନଙ୍କରେ ହାଲୁକାରୁ ମଧ୍ୟମ ବର୍ଷା ହେଉଥିବା ବେଳେ ଆସନ୍ତା ୪ ଦିନ ଯାଏଁ ଲାଗି ରହିବ ବର୍ଷା। ଆଜି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।
ମଙ୍ଗଳବାର କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ଆଶଙ୍କା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
ବୁଧବାର (୩ ତାରିଖ) ନବରଙ୍ଗପୁରରେ ପ୍ରବଳ ବର୍ଷା ଆଶଙ୍କା ଅଛି । ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କୋରାପୁଟରେ ଭାରୀ ବର୍ଷା ହୋଇପାରେ । ୪ ଓ ୫ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସୋମବାର ପାରଳାଖେମୁଣ୍ଡିରେ ୧୫.୨ମିମି, ବୌଦ୍ଧରେ ୧୪ମିମି ଓ ଦାରିଙ୍ଗିବାଡ଼ିରେ ୫ମିମି ବର୍ଷା ହୋଇଛି ।