Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Weather Update / କମିଲା ଶୀତ, ବଢ଼ିଲା ପାରଦ: ଦିନ ତାପମାତ୍ରା ୩୦ ଡିଗ୍ରୀ ଟପିଲା

Rashmita Mishra
Browse all articles by Rashmita Mishra
·5 months ago·2 min read
କମିଲା ଶୀତ, ବଢ଼ିଲା ପାରଦ: ଦିନ ତାପମାତ୍ରା ୩୦ ଡିଗ୍ରୀ ଟପିଲା
Weather Update

Key Points

କମିଲା ଶୀତ, ବଢ଼ିଲା ପାରଦ
ଦିନ ତାପମାତ୍ରା 30 ଡିଗ୍ରୀ ଟପିଲା
ଗତକାଲି ୩୦ ଡିଗ୍ରୀ ଉପରେ ଥିଲା ୧୯ ସହରର ଦିନ ତାପମାତ୍ରା

କମୁଛି ଶୀତ, ବଢ଼ୁଛି ତାପମାତ୍ରା... ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବାରୁ ଆସନ୍ତା ସପ୍ତାହେ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ । ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଶୀତକୁ ନେଇ କୌଣସି ସତର୍କ ସୂଚନା ନଥିବା ବେଳେ ୨୬ ତାରିଖ ଯାଏଁ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପଡ଼ିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଗତକାଲି ୧୯ ସହରର ଦିନ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା ।

ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩ ଡିଗ୍ରୀ ସେଲସିୟସ ଛୁଇଁଛି । ୧୯ଟି ସ୍ଥାନରେ ଦିନ ପାରଦ ୩୦ ଡିଗ୍ରୀ ଉପରେ ଥିବାବେଳେ ସେଥିରୁ ୭ଟି ଜାଗାରେ ତାପମାତ୍ରା ୩୧ ଡିଗ୍ରୀ ଉପରେ ଥିଲା । ବୁଧବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୧.୪, ପାରାଦୀପରେ ୩୧.୪, ଭଦ୍ରକରେ ୩୧.୨, ପାରଳାଖେମୁଣ୍ଡିରେ ୩୧.୨, ଅନୁଗୁଳରେ ୩୧.୧, ଜଗତସିଂହପୁରରେ ୩୧ ଡିଗ୍ରୀ, ସମ୍ବଲପୁର ୩୦.୮, ପୁରୀ ୩୦.୭ ଡିଗ୍ରୀ ଥିଲା ।

ଅଧିକ ପଢ଼ନ୍ତୁ: IMDର ସତର୍କ ସୂଚନା: ଜାନୁଆରୀ ୨୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଅନ୍ୟପଟେ ରାତି ତାପମାତ୍ରା ବଢ଼ିଛି । ଗତ ୪ ଦିନ ଭିତରେ ଉପକୂଳରେ ରାତି ତାପମାତ୍ରା ୩ ଡିଗ୍ରୀ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ପାଇଛି । ଆଗକୁ ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।

ମଙ୍ଗଳବାର ରାତିରେ ଜି.ଉଦୟଗିରି ତାପମାତ୍ରା ୫.୮, ସେମିଳିଗୁଡ଼ା ୭.୬, ଫୁଲବାଣୀ ୯ ଡିଗ୍ରୀ ଥିଲା । ପାଣିପାଗ ବିଭାଗର ଆକଳନ, ବର୍ତ୍ତମାନ ୪ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।

ଏଥିସହ ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ୭ ଦିନ ଯାଏ ପାଗ ଶୁଖିଲା ରହିବ। ସେହିପରି ଶୀତକୁ ନେଇ କୌଣସି ସତର୍କ ସୂଚନା ନଥିବା ବେଳେ ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର କୁହୁଡି ର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଂଟାରେ କଳାହାଣ୍ଡି କନ୍ଧମାଳ, ରାୟଗଡା, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର କେନ୍ଦ୍ରାପଡା ,କଟକ, ଜଗତସିଂହପୁର ,ପୁରୀ ଖୋର୍ଦ୍ଧା, ନୟାଗଡ, ଗଂଜାମ ଓ ଗଜପତି ଏହି ୧୫ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର କୁହୁଡି ର ସତର୍କତା ଦେଇଛି ପାଣିପାଗ ବିଭାଗ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Weather Update | Winter Eases as Mercury Rises, Day Temperature Crosses 30°C | Argus News