Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Weather Update / ଆସୁଛି ଆଉଏକ ଲଘୁଚାପ, ରାଜ୍ୟରେ ୧ ରୁ ପ୍ରବଳ ବର୍ଷା

Rashmita Mishra
Browse all articles by Rashmita Mishra
·9 months ago·2 min read
ଆସୁଛି ଆଉଏକ ଲଘୁଚାପ, ରାଜ୍ୟରେ ୧ ରୁ ପ୍ରବଳ ବର୍ଷା

Key Points

ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି

ପ୍ରଭାବରେ ପ୍ରଭାବରେ ଦଶହରା ଭିଜିବା ସମ୍ଭାବନା

ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବନୁମାନ 

ଆସୁଛି ଆଉଏକ ଲଘୁଚାପ । ରାଜ୍ୟରେ ୧ ରୁ ପୁଣି ପ୍ରବଳ ବର୍ଷା । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧ ଅକ୍ଟୋବର ପାଖାପାଖି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏଥିପାଇଁ ୧ ରୁ ରାଜ୍ୟରେ ପ୍ରବଳ ବର୍ଷାନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ୩୦ ରେ ଘୂର୍ଣ୍ଣିବଳୟ ,୧ ରେ ଲଘୁଚାପ ଓ ୨ ରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ଅର୍ଥାତ ଆଜି ଅଷ୍ଟମୀରେ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ବଙ୍ଗୋପସାଗରରେ ନବମୀରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ମଙ୍ଗଳବାରଠୁ ବର୍ଷା ବଢ଼ିବ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଛି । ଏହି ଜିଲ୍ଲାର ଗୋଟିଏକୁ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।


ଅଧିକ ପଢ଼ନ୍ତୁ: ଅକ୍ଟୋବର ପହିଲାରେ ଆଉ ଏକ ଲଘୁଚାପ


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବୁଧବାର ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ପବନ, ବଜ୍ରପାତର ପୂର୍ବାନୁମାନ କରାଯାଇଛି । ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦଶହରା ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବ । କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।


ଅଧିକ ପଢ଼ନ୍ତୁ ପାଣିପାଗ ସମ୍ପର୍କିତ ଖବର ...

Sponsored
Weather Update | Another Low Pressure to Form, Heavy Rain Likely in Odisha from October 1 | Argus News | Argus News