Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା... ୧୨ ତାରିଖ ଯାଏଁ ପ୍ରବଳ ଶୀତ

Weather & Calamities

Weather Update / ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା... ୧୨ ତାରିଖ ଯାଏଁ ପ୍ରବଳ ଶୀତ

Rashmita Mishra
Browse all articles by Rashmita Mishra
·4 months ago·2 min read
ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା... ୧୨ ତାରିଖ ଯାଏଁ ପ୍ରବଳ ଶୀତ
Weather Update

Key Points

ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି ରହିବ ।
୧୨ ତାରିଖ ଯାଏଁ ଶୀତ ଲହରି ଜାରି ରହିବ।
ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା ।

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା । ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି ରହିବ । ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ ଯାଏଁ ଶୀତ ଲହରି ଜାରି ରହିବ। ଏନେଇ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ୭ ଜିଲା ଝାରସୁଗୁଡ଼ା, ଅନୁଗୋଳ, ସୁନ୍ଦରଗଡ଼, ସୋନପୁର, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ଆସନ୍ତା ୭ ଦିନ ଯାଏ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବୁଧବାର ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କନ୍ଧମାଳ ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପୂର୍ବାନୁମାନ ଦିଆଯାଇଛି । ୧୧ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ବା ଏହାଠାରୁ କମ୍ ରେକର୍ଡ ହୋଇଛି । ୪.୮ ଡିଗ୍ରୀ ତାପମାତ୍ରା ସହିତ ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ସେମିଳିଗୁଡ଼ାରେ ୬.୨, ଫୁଲବାଣୀରେ ୬.୮, ଚିପିଲିମାରେ ୭.୩, ରାଉରକେଲାରେ ୭.୬, ଦାରିଙ୍ଗବାଡ଼ି ଓ ଝାରସୁଗୁଡ଼ାରେ ୮, ଅନୁଗୁଳ ଓ ଭବାନୀପାଟଣାରେ ୯, କିରେଇରେ ୯.୩, କୋରାପୁଟ ଓ ସୁନ୍ଦରଗଡ଼ରେ ରାତି ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି ।

ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୫.୬ ଡିଗ୍ରୀ କମ୍ ରହିଥିଲା । ଭୋର୍ରୁ ଏଠାରେ ଅସମ୍ଭାଳ ଶୀତ ଅନୁଭୂତ ହେଉଛି । ଡିସେମ୍ବର ୧ ତାରିଖରେ ଏଠାରେ ପାରଦ ୧୪ ଡିଗ୍ରୀ ଥିବା ବେଳେ ୮ ତାରିଖରେ ପ୍ରାୟ ୪ ଡିଗ୍ରୀ ଖସି ୧୦ ଡିଗ୍ରୀରେ ପହଞ୍ଚିଥିଲା । ୯ ତାରିଖରେ ଏଠାରେ ୯.୬ ଡିଗ୍ରୀ ରେକର୍ଡ ହୋଇଥିଲା । ଭବାନୀପାଟଣାରେ ୩, କୋରାପୁଟରେ ୨.୭, ହୀରାକୁଦରେ ସ୍ୱାଭାବିକଠାରୁ ୨.୫ ଡିଗ୍ରୀ, ଫୁଲବାଣୀରେ ୨.୪, କଟକରେ ୨ ଓ ସୁନ୍ଦରଗଡ଼ରେ ସ୍ୱାଭାବିକଠାରୁ ୧.୨ ଡିଗ୍ରୀ କମ୍ ରେକର୍ଡ ହୋଇଛି ।

ବୁଧବାର ସକାଳ ୬ ସୁଦ୍ଧା ଶିମିଳିପାଳର ଉପର ବାରାକାମୁଡ଼ାରେ ସର୍ବନିମ୍ନ ତାପମାତ୍ରା ୪° ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଚହଲାରେ ୬° ଡିଗ୍ରୀ, ଗୁଡ଼ଗୁଡିଆରେ ୭° ଡିଗ୍ରୀ ଓ ବରେହିପାଣି ଠାରେ ୯° ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି,ଏ ନେଇ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସେପଟେ ଝାରସୁଗୁଡାରେ ହାଡ଼ ଭଙ୍ଗା ଜାଡ । ଥଣ୍ଡା ପବନ ଏବଂ ପ୍ରବଳ ଶୀତରେ କିଛିଦିନ ହେଲାଣି ଲୋକଙ୍କୁ କଲବଳ କରୁଛି । ପ୍ରବଳ ଜାଡରେ ଥରୁଛି ଶିମିଳିପାଳ, ଶିମିଳିପାଳରେ ୪° ଡିଗ୍ରୀକୁ ଖସିଲା ପାରଦ, ଜନଜୀବନ ଅସ୍ତବ୍ୟସ୍ତ, ହାଡ଼ଭଙ୍ଗା ଶୀତ ସାଙ୍ଗକୁ ଘନକୁହୁଡିର ଧଳା ଚାଦର ତଳେ ଘୋଡେଇ ହୋଇଛି ଶିମିଳିପାଳ ଅଭ୍ୟାୟରଣ୍ୟ ଏବଂ ପାଦଦେଶରେ ଥିବା ଯଶିପୁର, ଠାକୁରମୁଣ୍ଡା, କରଞ୍ଜିଆ, ରରୁଆଁ ଓ ଶୁକୃଳି ବ୍ଲକ ଅଞ୍ଚଳରେ ଘନ କୁହୁଡି ସାଙ୍ଗକୁ ଶୀତର ଲହରୀ ଜାରି ରହିଛି ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Weather Update | Intense Cold Wave Grips Entire Odisha | Temperature Drops Across the State | Argus News