Rain Alert / ଘନୀଭୂତ ହେଲା ଲଘୁଚାପ, ୨୮ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

Key Points
ଲଘୁଚାପଟି ଘନୀଭୂତ ହୋଇ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ସେପଟେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇଛି । ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶୋରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି ।
ଏଥିସହ ପଢ଼ନ୍ତୁ: ଭିଜିବ ଦଶହରା, ଆଜିଠୁ ବଡ଼ ବର୍ଷା ସମ୍ଭାବନା
ଏବେ ଲଘୁଚାପଟି ଘନୀଭୂତ ହୋଇ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ସେପଟେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏବେ ଓଡ଼ିଶାର ଜିଲ୍ଲା ଗୁଡ଼ିକ ଉପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବୟୁ ଅତି ସକ୍ରିୟ ରହିଛି ।
ସୃଷ୍ଟି ହେଲା #ସ୍ପଷ୍ଟଚିହ୍ନିତ #ଲଘୁଚାପ#24ଘଣ୍ଟାରେ #ଅବପାତ ସମ୍ଭାବନା
— usd (@usd0705) September 26, 2025
ଗତକାଲି ସକ୍ରିୟ ଲଘୁଚାପ ବଙ୍ଗୋପସାଗର ରେ ଘନୀଭୂତ ହୋଇ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା #ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର pic.twitter.com/PmhyvVO0GI
ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଶୁକ୍ରବାର ଓଡ଼ିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜା ଆଲର୍ଟ ଦିଆଯାଇଛି । ସେହିଭଳି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ଵର ଓ ନୟାଗଡ଼କୁ ୟେଲୋ ଆଲର୍ଟ ଦିଆଯାଇଛି ।
📱 Get Argus News App
✨
୨୭ ତାରିଖ ଶନିବାର ପାଇଁ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦେଇଛି ପାଣିପାଗ କେନ୍ଦ୍ର । ଏଥିସହ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ଏହି ଆଲର୍ଟ ଜାରି କରାଯାଇଛି ।
ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ଯଜୀବୀମଙ୍କୁ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗରକୁ ବାରଣ କରାଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଏଥିସହ ପଢ଼ନ୍ତୁ: ବାଂଲାଦେଶକୁ ୧୧ ରନ୍ରେ ହରାଇଲା ପାକିସ୍ତାନ, ଫାଇନାଲ୍ରେ ଭାରତ ସହ ମୁକାବିଲା
ସେପଟେ ହୀରାକୁଦ ଜଳଭଣ୍ତାରରେ ଜଳସ୍ତର ବଢ଼ିବାରେ ଲାଗିଛି । ଏବେ ହୀରାକୁଦର ୨୦ଟି ଗେଟ୍ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୫୬ ଫୁଟ୍ ରହିଛି । ସେକେଣ୍ତ ପ୍ରତି ୩ ଲକ୍ଷ ୩ ହଜାର ୯୪୨ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ସେକେଣ୍ତ ପ୍ରତି ୩ ଲକ୍ଷ ୬୧ ହଜାର ୧୧୯ କ୍ୟୁସେକ ଜଳ ନିଷ୍କାସନ ହେଉଛି ।
Related Topics
Explore more stories